ରାଜ୍ୟରୁ ଆଉ ୫ ଜୀବନ ନେଲା କରୋନା, ୧୮୨୦ରେ ପହଞ୍ଚିଲା ରାଜ୍ୟର ମୋଟ୍ କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର : ଗତ କିଛି ଦିନ ହେବ ରାଜ୍ୟରେ ଦୈନିକ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟୁଥିଲା। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଁ ୪ ଶହ ତଳେ ରହୁଥିବା ବେଳେ ଆଜି ସେହି ସଂଖ୍ୟାରେ ସାମାନ୍ୟ ବୃଦ୍ଧି ଘଟିଛି । ରାଜ୍ୟରେ ୨୪ ଘଣ୍ଟାରେ ୪୦୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ଆଜି ରାଜ୍ୟରୁ ୫ କରୋନା ଆକ୍ରାନ୍ତଙ୍କ ପ୍ରାଣ ହାନୀ ମଧ୍ୟ ହୋଇଛି।


ଆଜି ରାଜ୍ୟରୁ କରୋନାରେ ପ୍ରାଣ ହରାଇଥିବା ୫ ଜଣଙ୍କ ମଧ୍ୟରୁ ଅନୁଗୋଳ, ବାଲେଶ୍ବର, ବଲାଙ୍ଗୀର, କଟକ ଏବଂ ସୁନ୍ଦରଗଡ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୨୪ ହଜାର ୭୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩ ହଜାର ୦୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୧୯ ହଜାର ୮୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି କରୋନାରେ ୧୮୨୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୪ ଲକ୍ଷ ୬୮ ହଜାର ୯୫୭ଟି କରୋନା ନମୂନା ପରୀକ୍ଷର କରାଯାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.