୭ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଭଦ୍ରକ ଓ ୨ ବାଲେଶ୍ଵର ଜିଲାର

୫ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା

ଭୁବନେଶ୍ଵର: ରାଜ୍ୟରେ ସୋମବାର ଆଉ ୭ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚିଛନ୍ତି। ନୂଆ ୭ ରୋଗୀଙ୍କ ମଧ୍ୟରୁ ୫ ଜଣ ଭଦ୍ରକ ଜିଲାର ଏବଂ ଅନ୍ୟ ୨ ଜଣ ବାଲେଶ୍ଵର ଜିଲାର ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଠାବ କରିବାକୁ ଉଦ୍ୟମ ଚାଲିଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

୫ ନୂଆ ଆକ୍ରାନ୍ତ ଠାବ ହେବା ପରେ ଭଦ୍ରକ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୮ରେ ପହଞ୍ଚିଛନ୍ତି। ସୋମବାର ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ୫ଟି ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ବାସୁଦେବପୁର ବ୍ଲକର ୩ ଓ ଭଣ୍ଡାରୀପୋଖରି ବ୍ଲକର ୨ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯିବା ସହିତ କଟକଣା ଜାରି କରାଯାଇଥିବା ଜିଲା ପ୍ରଶାସନ ପକ୍ଷରୁ ଟ୍ବିଟ ଯୋଗେ ସୂଚନା ଦିଆଯାଇଛି।

Comments are closed.