ଯୁବକଙ୍କ ଟାଙ୍ଗିଆ ଚୋଟରେ ୫ ଆହତ

କାଶୀପୁର: ରାୟଗଡା ଜିଲା କାଶୀପୁର ଥାନା ଅନ୍ତର୍ଗତ ତଳ କଞ୍ଜାକଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି କୌଣସି କାରଣରୁ ବେସୁ ମାଝି ଉତ୍ତ୍ୟକ୍ତ ହୋଇ ଏକ ଟାଙ୍ଗିଆରେ ଉକ୍ତ ଗ୍ରାମର ୫ ଜଣଙ୍କୁ ଆକ୍ରମଣ କରିଛି। ଏ ନେଇ ଗ୍ରାମବାସୀମାନେ ୧୦୮ ଆମ୍ବୁଲାନ୍ସକୁ କଲ କରି ଆହତମାନଙ୍କୁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ପଠାଇଥିବା ବେଳେ ଅଭିଯୁକ୍ତକୁ ଅଟକ ରଖି ପୁଲିସ ଜିମା ଦେଇଛନ୍ତି।

ଆହତମାନଙ୍କ ମଧ୍ୟରୁ ୨ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। କାଶୀପୁର ଥାନା ଆଇଆଇସିଙ୍କ ନେତୃତ୍ଵରେ ପୁଲିସ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.