ରାଜ୍ୟରେ ଦିନକରେ ୫୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୧୯ ମୃତ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୧୧୬କୁ ବୃଦ୍ଧିପାଇଛି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ବରଗଡ ଜିଲାରେ ୭ ଓ ଗଞ୍ଜାମରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହିସମୟ ମଧ୍ୟରେ ବଲାଙ୍ଗିର ଜିଲାରେ ୪ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।

ରାଜ୍ୟର ବାଲେଶ୍ୱର, କଟକ, ପୁରୀ ଓ ସମ୍ବଲପୁର ଜିଲାରେ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଥିବା ଜଣାଯାଇଛି। ସେହିଭଳି ଅନୁଗୁଳ, ଭଦ୍ରକ ଏବଂ କେନ୍ଦ୍ରାପଡା ଜିଲାରୁ ୨ ଜଣ ଲେଖାଏଁ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ବଉଦ, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୁରଭଞ୍ଜରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ଗତ ୨୪ ଘଣ୍ଟା ମଧ୍ୟରେ ଜୀବନ ହରାଇଛନ୍ତି।

Comments are closed.