ଓଡ଼ିଶାରେ ଆଉ ୬୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୪୨ ମୃତ

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ଆଉ ୬୨ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୨ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏଥିସହିତ ସୁନ୍ଦରଗଡ ଜିଲାରୁ ୧୦, କେନ୍ଦୁଝର ୪, ଯାଜପୁର ଜିଲାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ପୁରୀ ଜିଲାରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୫୭୪କୁ ବୃଦ୍ଧିପାଇଛି।

Comments are closed.