ପୁଣି ୬୩ କରୋନା ପଜିଟିଭ୍ ଚିହ୍ନଟ, ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି

ଭୁବନେଶ୍ଵର : ରାଜ୍ୟରେ ପୁଣି ୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ୬୩ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ୱେବସାଇଟରେ ସୂଚନା ଦିଆଯାଇଛି । ଆଜି ଚିହ୍ନଟ ହୋଇଥିବା ୬୩ ଆକ୍ରାନ୍ତଙ୍କ ମଧ୍ୟରେ ୬୧ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ୨ ଜଣ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି ।

ଆଜି ଚିହ୍ନଟ ହୋଇଥିବା ୬୩ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ୪, ବାଲେଶ୍ୱରରୁ ୩, ଖୋର୍ଦ୍ଧାରୁ ୧୨, କଟକରୁ ୩, ପୁରୀରୁ ୧, ନୟାଗଡ଼ରୁ ୭, ବଲାଙ୍ଗୀରରୁ ୬ , ଜଗତସିଂହପୁରରୁ ୧୧, ସୁନ୍ଦରଗଡ଼ରୁ ୨, ଢ଼େଙ୍କାନାଳରୁ ୯ଜଣ, ମୟୁରଭଞ୍ଜ, କୋରାପୁଟ, ସମ୍ବଲପୁର, ଝାରସୁଗୁଡ଼ା ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୭୨୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୨୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୮୮୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.