୨୪ ଘଣ୍ଟାରେ ରାଜ୍ୟରେ ୬୫ ଆକ୍ରାନ୍ତଙ୍କର ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୫ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୭୬୮ରେ ପହଞ୍ଚିଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯ ଜଣ ରହିଥିବାବେଳେ ବରଗଡରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ସୁନ୍ଦରଗଡରେ ୬, ସମ୍ବଲପୁର ଓ ଝାରସୁଗୁଡା ଜିଲାରେ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ସେହିଭଳି ଅନୁଗୁଳ, ବଲାଙ୍ଗିର, କଟକ, ଗଞ୍ଜାମ, ଯାଜପୁର ଓ ପୁରୀ ଜିଲାରେ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ରାଜ୍ୟର ଭଦକ୍ର, ଗଜପତି, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଥିବାବେଳେ ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କେନ୍ଦୁଝର, କୋରାପୁଟ, ମୟୁରଭଞ୍ଜ ଏବଂ ନୂଆପଡା ଜିଲାରୁ ଜଣେ ଲେଖାଏଁ କରୋନା ରୋଗୀଙ୍କର ଜୀବନ ଯାଇଛି।

Comments are closed.