ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୯ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେହିଭଳି କଟକରୁ ୧୩, ସମ୍ବଲପୁର ୮, ବରଗଡ ଜିଲାରେ ୭ ଜଣଙ୍କର ପ୍ରାଣହାନି ଘଟିଛି। ଏହି ସମୟ ମଧ୍ୟରେ ବଲାଙ୍ଗିରରୁ ୩, ନୂଆପଡାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଝାରସୁଗୁଡା, କଳାହାଣ୍ଡି, ସୋନପୁର, ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ୬୫୦୧ରେ ପହଞ୍ଚିଛି।

Comments are closed.