ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୭ କରୋନା ଆକ୍ରାନ୍ତ

ରାଜ୍ୟରେ ସୋମବାର ଆଉ ୬୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ୬୦ରେ ପହଞ୍ଚିଛି । ଆଜି ଗଞ୍ଜାମ ଜିଲାରୁ ସର୍ବାଧିକ ୩୦୭ ଜଣ ସୁସ୍ଥ ହୋଇଛନ୍ତି।

ସେହିଭଳି ଜଗତସିଂପୁରରୁ ୫୯, ଭଦ୍ରକରୁ ୫୨, ନୟାଗଡରୁ ୩୫, ଝାରସୁଗୁଡାରୁ ୩୦, ଯାଜପୁରରୁ ୨୫, କଟକରୁ ୨୪, ଗଜପତିରୁ ୨୩, ମାଲକାନଗିରିରୁ ୧୮, କୋରାପୁଟରୁ ୧୭, କନ୍ଧମାଳରୁ ୧୬, କେଉଁଝରରୁ ୧୪, ବରଗଡରୁ ୧୨, ବାଲେଶ୍ୱର, କେନ୍ଦ୍ରାପଡା ଓ ସମ୍ବଲପୁରରୁ ୧୧ ଜଣ ଲେଖାଏଁ, ରାୟଗଡାରୁ ୧୦, ଅନୁଗୋଳରୁ ୫, ନବରଙ୍ଗପୁରରୁ ୩, କଳାହାଣ୍ଡିରୁ ୨ ଏବଂ ବଲାଙ୍ଗୀର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ କରିଛି।

Comments are closed.