ଦିନକରେ ରାଜ୍ୟରେ ୬୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୨୨

ଭୁବନେଶ୍ୱର: ଗୋଟିଏ ଦିନରେ ରାଜ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୨ ଜଣ ମୃତକ ରହିଛନ୍ତି। ଏଥିସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୨୪୧କୁ ବୃଦ୍ଧିପାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ ଜିଲାରୁ ଦ୍ୱିତୀୟ ସର୍ବାଧିକ ୧୦ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି। ଏଥିସହିତ ବରଗଡରୁ ୭ ଓ ଅନୁଗୁଳ ଜିଲାରୁ ୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି। କେନ୍ଦୁଝର ଜିଲାରୁ ୫, କେନ୍ଦ୍ରାପଡା ୪ ଏବଂ ବାଲେଶ୍ୱର ଜିଲାରୁ ୩ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ଏହି ସମୟ ମଧ୍ୟରେ ଭଦ୍ରକ, ବଉଦ, ଗଞ୍ଜାମ, ନୟାଗଡ ଏବଂ ପୁରୀ ଜିଲାରୁ ୨ ଜଲ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି। ସେହିଭଳି ସୋନପୁର ଏବଂ କୋରାପୁଟ ଜିଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ଜଣାଯାଇଛି।

Comments are closed.