ଗତ ୨୪ ଘଣ୍ଟାରେ ଦେଶରେ ୬,୯୧୫ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ୬,୯୧୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହ ୧୮୦ ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି। ଏହା ବ୍ୟତୀତ ୧୬,୮୬୪ ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇଲେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୋଟି ୨୯ ଲକ୍ଷ ୩୧ ହଜାର ୦୪୫ରେ ପହଞ୍ଚିଥିବାବେଳେ ଦେଶର ସକ୍ରିୟ କରୋନା ରୋଗୀଙ୍କ ସଂଖ୍ୟା ୯୨,୪୭୨କୁ ଖସିଛି ।

ବର୍ତ୍ତମାନ ସୁଦ୍ଧା ସମୁଦାୟ ୪ କୋଟି ୨୩ ଲକ୍ଷ ୨୪ ହଜାର ୫୫୦ଜଣ ସୁସ୍ଥ ହୋଇଥିବାବେଳେ ୫ ଲକ୍ଷ ୧୪ ହଜାର ୦୨୩ ଜଣ କରୋନା ଯୋଗୁଁ ପ୍ରାଣ ହରାଇଛନ୍ତି। ଦୈନିକ ସଂକ୍ରମଣ ହାର ୧ ପ୍ରତିଶତକୁ ଖସିଛି, ଯାହା ଆଶ୍ବସ୍ତିକର ଖବର।

Comments are closed.