ବଲାଙ୍ଗୀରରୁ ପୁୂଣି ୭ କରୋନା ପଜିଟିଭ ଚିହ୍ନଟ

ବଲାଙ୍ଗୀର : ବଲାଙ୍ଗୀର ଜିଲ୍ଲାରେ ପୁଣି ଥରେ ୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ବଲାଙ୍ଗୀର ଜିଲ୍ଲାପାଳ ଅରିନ୍ଦମ ଡାକୁଆ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ସମସ୍ତ ନୂଆ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ସେମାନେ ନିକଟରେ ବାହାର ରାଜ୍ୟରୁ ଫେରି କ୍ୱାରେଣ୍ଟାଇନ ସେଣ୍ଟରରେ ଥିଲେ । ନୂଆଁ ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଆଗଲପୁର ବ୍ଲକରୁ ୨ ଜଣ ଓ ସଇଁତଳା ବ୍ଲକରୁ ୨ ଜଣ ସାମିଲ ଅଛନ୍ତି । ସେହିପରି ଲୋଇସିଂହା, ବଙ୍ଗୋମୁଣ୍ଡା ଓ ମୁରିବାହାଲ ବ୍ଲକରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଥିବା ଜଣାପଡ଼ିଛି ।

ବଲାଙ୍ଗୀର ଜିଲ୍ଲାରେ ଆଜି ଚିହ୍ନଟ ହୋଇଥିବା ୭ ଜଣଙ୍କୁ ମିଶାଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଏଥିରୁ ୨ ଜଣ ରୋଗୀ ସୁସ୍ଥ ହୋଇଥିବା ବେଳେ ଏବେ ୧୪ ଜଣ ଚିକତ୍ସାଧୀନ ଅଛନ୍ତି ।

Comments are closed.