ଓଡ଼ିଶା କରୋନା: ୨୪ ଘଣ୍ଟାରେ ୭୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସଙ୍ଗରୋଧରୁ ୪୩ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୮,୧୯୨କୁ ବୃଦ୍ଧି ପାଇଛି। ଏହାସହିତ ୩୩୫୫୬୯ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୬୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

୭୧ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୨, ବାଲେଶ୍ୱରରୁ ୫, ବରଗଡ଼ରୁ ୪, ବଲାଙ୍ଗୀରରୁ ୩, କଟକରୁ ୧, ଦେବଗଡ଼ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଗଜପତିରୁ ୩, ଗଞ୍ଜାମରୁ ୬, ଯାଜପୁରରୁ ୭, ଝାରସୁଗୁଡ଼ାରୁ ୨, କନ୍ଧମାଳରୁ ୧, ଖୋର୍ଦ୍ଧରୁ ୧୧, କୋରାପୁଟରୁ ୧, ମୟୁରଭଞ୍ଜରୁ ୬, ନୟାଗଡ଼ରୁ ୨, ନୂଆପଡ଼ାରୁ ୨, ପୁରୀରୁ ୨, ରାୟଗଡ଼ାରୁ ୧, ସମ୍ବଲପୁରରୁ ୫, ସୁନ୍ଦରଗଡ଼ରୁ ୪ ଏବଂ ଷ୍ଟେଟ୍‍ ପୁଲରୁ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Comments are closed.