ରାଜ୍ୟରେ ଆଉ ୭୬ କରୋନା ପଜିଟିଭ୍ ଚିହ୍ନଟ, ୧୫୯୩ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ଆଉ ୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ଦିଆଯାଇଛି । ଆଜି ରାଜ୍ୟରୁ ଚିହ୍ନଟ ୭୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୭୪ ଜଣ କ୍ବାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ୨ ଜଣ ସ୍ଥାନୀୟ ବ୍ୟକ୍ତି ରହିଛନ୍ତି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୫୯୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭ ଜଣ ମୃତ୍ୟୁ ବରଣ କରିଛନ୍ତି । ବର୍ତ୍ତମାନ ରାଜ୍ୟରେ ୮୫୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Comments are closed.