ରାଜ୍ୟରେ ଆଉ ୭୯ ପଜିଟିଭ୍ ଚିହ୍ନଟ, ୧୫୧୭ରେ ପହଞ୍ଚିଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ଵର : ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ପାଇଛି । ଆଜି ଚିହ୍ନଟ ହୋଇଥିବା ୭୯ ଜଣଙ୍କ ମଧ୍ୟରୁ ୭୧ ଜଣ କ୍ବାରେଣ୍ଟାଇନ ସେଣ୍ଟର ଓ ୮ ଜଣ ସ୍ଥାନୀୟ ବ୍ୟକ୍ତି ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୫୧୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୮୬୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୭ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Comments are closed.