ରବିବାର ରାଶିଫଳ ( ୦୭-୦୨-୨୦୨୧ )

ମେଷ: ଅର୍ଥାଭାବର ସମ୍ମୁଖୀନ ହୋଇପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ। ଶୁଭକାର୍ଯ୍ୟ ବର୍ଜନୀୟ। ପ୍ରବକ୍ତା ହୋଇପାରନ୍ତି। ବିନୟୀଭାବର ହେବେ। ବିଦ୍ୟାରୂପକ ମହାଧନ ପ୍ରାପ୍ତିର ସୂଚନା ମିଳୁଛି।

ବୃଷ: ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି। ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପ୍ରାପ୍ତ ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ।

ମିଥୁନ: ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ମନରେ ଗର୍ବଭାବ ଉଦ୍ରେକ ହୋଇପାରେ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଋଣ ପରିଶୋଧ କରିବେ।

କର୍କଟ: ପର ଚର୍ଚ୍ଚାରୁ ବିରତ ହେଲେ ସମ୍ମାନ ମିଳିବ। ପଢ଼ା ପଢ଼ିରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ଶୁଭ ସମାଚାର ପାଇ ଖୁସି ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁଖୀ ହେବେ।

ସିଂହ: ନିଜକୁ କଳହ ମୁକ୍ତ ରଖିବାକୁ ଚେଷ୍ଟା କରିପାରନ୍ତି। ପରିଶ୍ରମ ଯେତେ କଠିନ ହେଉ ନା କାହିଁକି ତା’ର ମୂଲ୍ୟ ମିଳିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। ଶୁଭକାର୍ଯ୍ୟ ବର୍ଜନୀୟ। ହିଂସା ମାର୍ଗରେ ମନ ବଳିଲେ ବି ଶ୍ରେଷ୍ଠ ମାନ୍ୟତା ମିଳିବ।

କନ୍ୟା: କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ମାର୍ଗ ଉନ୍ମୁକ୍ତ ରହିଛି। ଦେବ ଦର୍ଶନ କରି ଆତ୍ମତୃପ୍ତି ଲାଭ କରିବେ। ଅଶାନ୍ତିର ବିଲୁପ୍ତ ଘଟିବ। ସରକାରୀ ସ୍ତରରୁ ଲାଭ ମିଳିବ।

ତୁଳା: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରିବାକୁ ହେଲେ ପରାମର୍ଶ ନେବାକୁ ପଡ଼ିବ। ବିଭିନ୍ନ ସୂତ୍ରରୁ ଧନାଗମ ହେବ। ପତ୍ନୀଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତିତ ହୋଇପାରନ୍ତି। ନୀତିନିଷ୍ଠ ହେବେ। ସହିଷ୍ଣୁ ହେବେ। ମନ ପ୍ରଫୁଲ୍ଲ ରହିବ।

ବିଛା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ସରକାରୀ ବା ବହୁ ସୂତ୍ରରୁ ଲାଭବାନ୍‌ ହେବେ। ପାରିବାରିକ ସୁଖ ମିଳିବ। ସ୍ବାସ୍ଥ୍ୟ ଅତୁଟ ରହିବ। ଚିନ୍ତାଧାରା ଉନ୍ନତମାନର ହେବ।

ଧନୁ: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଅଯଥା ବିତର୍କରେ ଭାଗ ନ ନେଇ ନିରବ ଦର୍ଶକ ସାଜି ପାରନ୍ତି। କର୍ମଚଞ୍ଚଳ ରହିବେ। ଅଧସ୍ତନଙ୍କ ପ୍ରତି ଶ୍ରଦ୍ଧାଭାବ ରଖିବେ। ଶୁଭକାର୍ଯ୍ୟ ବର୍ଜନୀୟ। ଯାତ୍ରା ଓ ଯୁଦ୍ଧ ପାଇଁ କର୍ମଚଞ୍ଚଳ ରହିବେ।

ମକର: ଧନ ଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ ହୋଇପାରେ। ଶୁଭ ଖବର ପାଇ ଖୁସି ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‌କର୍ମରେ ନିଜକୁ ନିୟୋଜିତ କରିବେ। ଅର୍ଥ ପ୍ରାପ୍ତିର ଅପୂର୍ବ ସୁଯୋଗ ଅଛି।

କୁମ୍ଭ: ସୁସମ୍ବାଦ ଶୁଣି ଖୁସି ହୋଇପାରନ୍ତି। ସାରାଦିନ କାର୍ଯ୍ୟ ବ୍ୟସ୍ତ ରହିବେ। କର୍ମକ୍ଷେତ୍ରରୁ ସଫଳତା ପାଇବେ। ଆର୍ଥିକ ସ୍ଥିତିରେ ସ୍ବଚ୍ଛଳତା ଦେଖାଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ପ୍ରତିଯୋଗିତାରେ ବିଜୟୀ ହେବେ।

ମୀନ: ପରୋପକାରୀ ହେବେ। କାର୍ଯ୍ୟରେ ସଫଳତା ମିଳିବ। କ୍ଷମତାର ଅଭିବୃଦ୍ଧି ଘଟିବ ଓ ତା’ର ସଦ୍‌ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟୀ ହେବେ। ଭକ୍ତିଗାଥା ପ୍ରବଚନ ଶୁଣିବାକୁ ବିଶେଷ ଆଗ୍ରହୀ ହେବେ। ସୁଖ ମିଳିବ।

Comments are closed.