କୋଭିଡ୍‌-୧୯ ନିୟମ ଉଲଙ୍ଘନ କରି ୮୧ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲଙ୍ଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୯ରୁ ଅପ୍ରେଲ ୩୦ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୭ଟି ମାମଲା ଦାଏର କରାଯାଇଛି। ସେଥିରୁ ୨୬ଟି ମାମଲା ଲକଡାଉନ୍‌ ସଂପର୍କିତ ହୋଇଥିବାବେଳେ ଗୋଟିଏ ମାମଲା ହୋମ୍‌ କ୍ୱାରାଣ୍ଟାଇନ୍‌ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୮୧ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ୍‌ ବାଗ୍‌ଚୀ ସୂଚନା ଦେଇଛନ୍ତି।

Comments are closed.