ସୋମବାର ରାଶିଫଳ ( ୮। ୬।୨୦୨୦)

ମେଷ: କର୍ମକ୍ଷେତ୍ର ଓ ସାମାଜିକ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି। କାର୍ଯ୍ୟରେ ସଫଳତା ମିଳିବ। ଅଧିକ କ୍ଷମତା ହାସଲ କରି ତା’ର ସଦ୍‍ବ୍ୟବହାର କରିପାରନ୍ତି। ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ।

ବୃଷ: ଯାନବାହନ ଚଳା-ଚଳରେ ସତର୍କ ରହିବାକୁ ପଡ଼ିବ। ଭ୍ରମଣକୁ କାଣ୍ଟ-ଛାଣ୍ଟ କରିପାରନ୍ତି। ପରୋପକାରୀ ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶୁଭକାର୍ଯ୍ୟକୁ ସ୍ଥଗିତ ରଖିବାକୁ ପଡ଼ିବ। ଉଚ୍ଚସ୍ଥାନ ଆରୋହଣ ମନା।

ମିଥୁନ: ଉନ୍ନୟନ କାର୍ଯ୍ୟରେ ମନୋନିବେଶ କରିପାରନ୍ତି। ବହୁ ସୁଖକର ଘଟଣା ଘଟିବ। କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ମିଳିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ଉତ୍ତମ ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିବେ।

କର୍କଟ: ସୌହାର୍ଦ୍ୟପୂର୍ଣ୍ଣ ବାତାବରଣ ମଧ୍ୟରେ କାର୍ଯ୍ୟ କରି ଚାଲିବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭ ଖବର ପାଇ ଖୁସି ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ଋଣ ପରିଶୋଧ କରିବେ।

ସିଂହ: ବୁଝି ବିଚାରି କାର୍ଯ୍ୟ କରିବାକୁ ପଡ଼ିବ। ବିଦ୍ୟାର୍ଥୀମାନେ ପଢ଼ାପଢ଼ିରେ ମନୋନିବେଶ କରିପାରନ୍ତି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହୋଇପାରେ।

କନ୍ୟା: ଦୁଃସାହସିକ ପଦକ୍ଷେପ ନେଇ ଅସାଧ୍ୟ ସାଧନ କରିପାରନ୍ତି। ପରିଶ୍ରମର ମୂଲ୍ୟ ମିଳିବ। ଭାଗ୍ୟବାନ୍‍ ହେବେ। ଗୃହ ପରିବେଶ ପ୍ରଦୂଷଣ ମୁକ୍ତ ରହିବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିବ।

ତୁଳା: ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ନୃତ୍ୟ ପ୍ରତିଯୋଗୀ ଭାବେ ପୁରସ୍କୁତ ହୋଇପାରନ୍ତି। ଅଶାନ୍ତି ହ୍ରାସ ହେବ। ସରକାରୀ ସ୍ତରରୁ ଲାଭ ଉଠାଇବାକୁ ସକ୍ଷମ ହେବେ। ସୁଖ ମିଳିବ।

ବିଛା: ଭାଗ୍ୟର ପରିବର୍ତ୍ତନ ଘଟିବ। ବିଭିନ୍ନ ଦିଗରୁ ଧନାଗମ ହେବ। ଆକସ୍ମିକ ଭାବେ ଦେଖା ଦେଇଥିବା ସମସ୍ୟାର ସମାଧାନ କରିପାରନ୍ତି। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଧନ ମିଳିବାର ସୁଯୋଗ ଅଛି। ସୁଖୀ ହେବେ।

ଧନୁ: ଦୂର ଯାତ୍ରା ବାତିଲ ହୋଇପାରେ। ଭଲ ରୋଜଗାର ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହୋଇପାରନ୍ତି। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଚିନ୍ତାଧାରା ମହତ ହେବ।

ମକର: ବ୍ୟୟାଧିକ ଯୋଗୁଁ ବ୍ୟତିବ୍ୟସ୍ତ ହୋଇପାରନ୍ତି; ତଥାପି କାର୍ଯ୍ୟକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ଅଯଥା ବିତର୍କରେ ଭାଗ ନ ନେଇ ଚୁପ୍‍ ରହିପାରନ୍ତି। ମଧୁରଭାଷୀ ହେବେ।

କୁମ୍ଭ: ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‍କର୍ମରେ ନଜକୁ ନିୟୋଜିତ କରିବେ। ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ସରକାରୀ କୃପା ପାତ୍ର ହେବେ। ନାନାବିଧ ସମ୍ମାନର ଅଧିକାରୀ ହେବେ।

ମୀନ: କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି। ଶୁଭ ସମାଚାର ମିଳିପାରେ। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି। ବିବାଦରେ ବିଜୟୀ ହେବେ।

Comments are closed.