ଦେଶରେ ଚିହ୍ନଟ ହେଲେ ୯୨୮୩ ନୂଆ କରୋନା ଆକ୍ରାନ୍ତ; ୪୩୭ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୯୨୮୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୪୩୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଦିନକ ମଧ୍ୟରେ ଦେଶରେ କରୋନାରୁ ୧୦,୯୪୯ ଜଣ ସୁସ୍ଥ ହୋଇଛନ୍ତି । ଦେଶରେ କରୋନାରୁ ଆରୋଗ୍ୟ ହର ୯୮.୩୩% ରହିଛି । ଅନ୍ୟପକ୍ଷରେ ଦୈନିକ ସଂକ୍ରମଣ ୦.୮୦% ଏବଂ ସାପ୍ତାହିକ ହାର ୦.୯୩% ରହିଛି । ମଙ୍ଗଳବାର ସଂଧ୍ୟା ସୁଦ୍ଧା ମୋଟ ୬୩.୪୭ କୋଟି ନମୁନା ପରୀକ୍ଷା କରାଯାଇଛି । ସେହି ସମୟ ମଧ୍ୟରେ ୧୧୮.୪୪ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି ।

Comments are closed.