ବସକୁ ଧକ୍କା ଦେଲା ଟ୍ରକ ; ୪୭ଆହତ

0

ଭଦ୍ରକ : ଚାନ୍ଦବାଲି ବ୍ଲକ ଅନ୍ତର୍ଗତ କୁଆମରା ଠାରେ ଏକ ସଡକ ଦୁର୍ଘଟଣା ହୋଇଛି। ଏହି ଦୁର୍ଘଟଣାରେ ୪୭ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ବାସୁଦେବପୁର ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୮ଜଣଙ୍କ ଅବସ୍ଥା ଅଧିକ ଗୁରୁତର ହେବାରୁ ସେମାନଙ୍କୁ ଭଦ୍ରକ ମେଡିକାଲ, ବସ ଚାଳକ ଓ ଅନ୍ୟ ୨ଜଣଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ସୂଚନାଯୋଗ୍ୟ ଯେ, ବସଟି ଧାମରାରୁ କଟକ ଯାଉଥିବା ବେଳେ ଏକ ଟ୍ରକ ବିପରୀତ ଦିଗରୁ ଆସି ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ଟ୍ରକ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ସ୍ଥାନୀୟଲୋକମାନେ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

Leave A Reply