ଟ୍ରକ ଧକ୍କାରେ ସ୍କୁଟି ଚାଳକ ମୃତ

0

ଦେବଗଡ : ଦେବଗଡ ଜିଲା ତହସିଲ ଅଫିସ ନିକଟରେ ଏକ ଟ୍ରକ ଧକ୍କାରେ ଜଣେ ସ୍କୁଟି ଚାଳକଙ୍କର ମୃତ୍ୟୁ ହୋଇଛି। ମୃତକ ଜଣକ ଦେବଗଡର କରୁଣାକର ସାହୁ। ସେ ନିଜ ସ୍କୁଟି ଯୋଗେ ଯାଉଥିବା ବେଳେ ଏକ ଦୃତଗାମୀ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ସେ ତଳେ ପଡିଯିବାରୁ ଟ୍ରକଟି ତାଙ୍କ ଉପରେ ଚଢିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଖବର ପାଇ ଦେବଗଡ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି। ଏହାସହ ଦୁର୍ଘଟଣା ଘଟାଇଥିବା ଟ୍ରକଟିକୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି।

Leave A Reply