ସଡକ ଦୁର୍ଘଟଣାରେ ୪ ମୃତ

0

ରାୟଗଡା : ସଡକ ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି। ଏପରି ଘଟଣା ରାୟଗଡା ଜିଲା କାଶୀପୁର ବ୍ଲକ ନିକଟରେ ଘଟିଛି। ଏକ ବୋଲେରୋ ଭାରସାମ୍ୟ ହରାଇ ଗଛରେ ପିଟି ହୋଇ ଯାଇଥିଲା। ଘଟଣାସ୍ଥଳରେ ହିଁ ୪ଜଣଙ୍କ ମୃତ୍ୟୁ ହୋଇ ଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ରବିବାର ରାତିରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ସୋମବାର ଦିନ ଘଟଣାସ୍ଥଳରେ ଉତ୍ତେଜନା ଦେଖା ଦେଇଛି। ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Leave A Reply