ଟୁରିଷ୍ଟ ବସ ଦୁର୍ଘଟଣାଗ୍ରସ୍ତ, ୧୦ରୁ ଅଧିକ ଆହତ

0

ନୟାଗଡ : ଦଶପଲ୍ଲା ନିକଟରେ ଏକ ଟୁରିଷ୍ଟ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୦ଜଣରୁ ଅଧିକ ଯାତ୍ରୀ ଆହତ ହୋଇଥିବା ଜଣାପଡିଛି। ଆହତଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତଙ୍କୁ ଉଦ୍ଧାର କରାଯାଇ ଦଶପଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସରେ ୬୦ରୁ ୭୦ଜଣ ଯାତ୍ରୀ ଥିବାର ଜଣାପଡିଛି।

ସୂଚନାଯୋଗ୍ୟ ଯେ, ଟୁରିଷ୍ଟ ବସଟି ସୋମବାର ବିଳମ୍ବିତ ରାତିରେ ବଲାଙ୍ଗୀରରୁ ପୁରୀ ଅଭିମୁଖେ ଯାଉଥିଲା। ଏହି ସମୟରେ ବସଟି ଭାରସାମ୍ୟ ହରାଇ ଏକ ଦୋକାନ ଉପରକୁ ମାଡି ଯାଇଥିଲା। ଫଳରେ ଏହି ଦୁର୍ଘଟଣା ଘଟିଥିଲା।

Leave A Reply