ସଡ଼କ ଦୁର୍ଘଟଣାରେ ଜଣେ ମୃତ ୨ ଗୁରୁତର

0

ସୋର : ବାଲେଶ୍ୱର ଜିଲା ସିମୁଳିଆ ଥାନା ଅନ୍ତର୍ଗତ ଭଗିଆ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସୋମବାର ସକାଳ ସମୟରେ ଏକ ଟ୍ରକ ପଛରେ ଆଉ ଏକ ଟ୍ରକ ପିଟି ହୋଇଥିଲା। ଏହା ପରେ ଦ୍ୱିତୀୟ ଟ୍ରକ ପଛରେ ଆଉ ଏକ ଟ୍ରକ ପିଟି ହୋଇଥିଲା। ପଛରେ ଜଣେ ଟ୍ରକ ଡ଼୍ରାଇଭରଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରିନାହିଁ। ଅନ୍ୟ ଦୁଇ ଟ୍ରକ ଡ଼୍ରାଇଭର ଗୁରୁତର ଆହତ ହୋଇଥିବାରୁ ସେମାନଙ୍କୁ ସିମୁଳିଆ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Leave A Reply