ଅଜଣା ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ପାଟଣା ବ୍ଲକ ଜାମୁଳେଇବେଡା ହାଟ ନିକଟରୁ ମଙ୍ଗଳବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଲେ ଡୁମୁରିଆ ପଞ୍ଚାୟତ ବଡ଼ନୂଆଗାଁ ର ରାଜନ ମହାକୁଡ଼ଙ୍କ ପୁଅ ଈଶ୍ୱର ମହାକୁଡ଼ ବୋଲି ଜଣାପଡିଛି । ସୋମବାର ରାତିରେ ଈଶ୍ୱର ସାଇକେଲ ଯୋଗେ ଘରକୁ ଫେରୁଥିବା ବେଳେ ଅଜଣା ଗାଡି ଧକ୍କାରେ ମୃତ୍ୟୁବରଣ କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଗାଁ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବାବ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

Comments are closed.