ସଡ଼କ ଦୁର୍ଘଟଣାରେ ଜଣେ ମୃତ

ବାଲେଶ୍ୱର : ବାଲେଶ୍ୱର ଜିଲା ସୋର ଅଞ୍ଚଳରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ। ସୂଚନା ଅନୁଯାୟୀ, ସୋର ଅଞ୍ଚଳ ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥରେ ଜଣେ ବାଇକ ଆରୋହୀ ଭଦ୍ରକରୁ ବାଲେଶ୍ୱର ଅଭିମୁଖେ ଯାଉଥିଲେ। ସେହି ସମୟରେ ଏକ ଟ୍ରଲର ତାଙ୍କୁ ଧକ୍କା ଦେଇଥିଲା। ଫଳରେ ସେ ତଳେ ପଡ଼ିଯାଇଥିଲେ ଓ ଟ୍ରଲର ତାଙ୍କ ଉପରେ ଚଢିଯିବାରୁ ତାଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରଲର ଚାଳକକୁ ଅଟକ ରଖିବା ସହ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି।

Comments are closed.