ସଡ଼କ ଦୁର୍ଘଟଣାରେ ୨ ମୃତ

ସମ୍ବଲପୁର : ଯୁଜୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଅପରାହ୍ନ ସମୟରେ ଏକ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ମୃତକ ସମ୍ପର୍କରେ ବାପଝିଅ ବୋଲି ଜଣାପଡ଼ିଛି।
ସୂଚନା ଯୋଗ୍ୟ, ବ୍ୟକ୍ତି ଜଣକ ନିଜ ଝିଅକୁ ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟକୁ ଡ଼ାକ୍ତରଙ୍କୁ ଦେଖାଇବାକୁ ନେଇଥିଲେ। ସେଠାରୁ ବାଇକରେ ଫେରିବା ସମୟରେ ରାସ୍ତାରେ ଏକ ଅଜଣା ଗାଡ଼ି ତାଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାପଝିଅଙ୍କର ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକଙ୍କ ଠାରୁ ଘଟଣା ସମ୍ପର୍କରେ ଜାଣିବା ପରେ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିବା ସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପଠାଇଛି।

Comments are closed.