ବାଇକ-କାର ମୁହାଁମୁହିଁ ଧକ୍କା, ଜଣେ ମୃତ

ବିନିକା : ସୁବର୍ଣ୍ଣପୁର ଜିଲା ଡ଼ୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଙ୍ଗନଦୀ ବ୍ରିଜ ଉପରେ ସୋମବାର ସକାଳ ସମୟରେ କାର ଓ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଦୁର୍ଘଟଣା ପରେ ବାଇକ ଆରୋହୀଙ୍କୁ ଡ଼ୁଙ୍ଗୁରିପାଲି ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ସେମାନଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ଯୋଗ୍ୟ, ବରଗଡ଼ରୁ ଏକ କାର ବଲାଙ୍ଗୀର ଆସୁଥିଲା। ଏହି ସମୟରେ ବଲାଙ୍ଗୀର ଅଭିମୁଖେ ଯାଉଥିବା ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ ଓ କାରକୁ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ କରୁଛି।

Comments are closed.