ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ ମୃତ

ବାରିପଦା : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ୧୮ ନମ୍ବର ଜାତୀୟ ରାଜପଥର ଆଗରିଆ ଛକ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରେଲର ଓ ବସ ମୁହାଁମୁହିଁ ଧକ୍କା ହେବା ଫଳରେ ୪ ଜଣଙ୍କର ମୃତ୍ୟୁ ହେବା ସହ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜଣେ ମହିଳା ଥିବା ଜଣାପଡ଼ିଛି। ସମସ୍ତ ଆହତ ମାନଙ୍କୁ ନିକଟସ୍ଥ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଭୁବନେଶ୍ୱର ରୁ ବାରିପଦା ଆସୁଥିବା ଏକ ବସ ଆଗରିଆ ନିକଟରେ ଏକ ଟ୍ରେଲର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଟ୍ରେଲରରେ ଲୁହା ବୋଝେଇ ହୋଇ ଥିବାରୁ ସେଗୁଡ଼ିକ ବସ ଭିତରେ ପଶି ଯାଇଥିଲା। ପୁଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ବସ ଭିତରୁ ଯାତ୍ରୀଙ୍କୁ ଉଦ୍ଧାର କରିଥିଲେ। ବସ ଚାଳକ ଓ ହେଲପର ଫେରାର ହୋଇଯାଇଥିବା ବେଳେ ପୁଲିସ ଟ୍ରେଲରକୁ ଜବତ କରିଥିବା ଜଣାପଡ଼ିଛି।

Comments are closed.