ସଡ଼କ ଦୁର୍ଘଟଣାରେ ଜଣେ ମୃତ

ବଲାଙ୍ଗୀର : ବଲାଙ୍ଗୀର ସିନେ୍ଧକେଲା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହୋଇଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ବଙ୍ଗୋମୁଣ୍ଡା ଛକରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି। ଫଳରେ ସିନେ୍ଧକେଲା ଓ ବଙ୍ଗୋମୁଣ୍ଡା ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଥିବା ସୂଚନା ମିଳିଛି।

Comments are closed.