ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୨ମୃତ

ପିପିଲି : ଭୁବନେଶ୍ବର – ପୁରୀ ଜାତୀୟ ରାଜପଥର ଗୁଡିଆ ପୋଖରୀ ଛକ ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଥିରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି ।

ସୂଚନା ଅନୁଯାୟୀ,  ଭୁବନେଶ୍ବର ଅଭିମୁଖେ ଯାଉଥିବା ଏକ ଘରୋଇ ଯାତ୍ରୀବାହୀ ବସ ପଛପଟୁ ବାଇକଟିକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି ।  ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଡ୍ରାଇଭର ବସ ସହିତ ଫେରାର ହୋଇଯାଇ ବାଳକାଟି ଫାଣ୍ଡିରେ ଆତ୍ମ ସମର୍ପଣ କରିଛି । ପୁଲିସ ଘଟଣା ସ୍ଥଳରେ ପହଁଞ୍ଚି ମୃତଦେହକୁ କ୍ୟାପିଟାଲ ହସ୍ପିଟାଲ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି ।

Comments are closed.