ସ୍କୁଟିକୁ ଧକ୍କା ଦେଲା ଟ୍ରକ୍; ଜଣେ ମୃତ ଓ ଜଣେ ଗୁରୁତର

ଯାଜପୁର: ୧୬ ନମ୍ବର ଜାତୀୟ ରାଜପଥ ପାଣିକୋଇଲି ଥାନା ଟିକର ହାଟସାହୀ ଛକ ନିକଟରେ ଏକ ସ୍କୁଟିକୁ ଏକ ଟ୍ରକ୍ ଧକ୍କା ଦେଇଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ବ୍ୟାସନଗର ଉମାପଦା ଅଞ୍ଚଳର ସୁଶାନ୍ତ ନାୟକ ଓ ଗୁରତର ଜଣକ ହେଲେ ପାଣିକୋଇଲି ଥାନା ଅନ୍ତର୍ଗତ ଛୋଟରାୟପୁର ଅଞ୍ଚଳର ଶାନ୍ତନୁ ଦାସ।

ମିଳିଥିବା ସୂଚନା ଅନୁଯାୟୀ, ଦୁଇ ଜଣ ସ୍ମୁଟିରେ ଚଣ୍ଡିଖୋଲ ଯାଉଥିବା ସମୟରେ ସମ୍ମୁଖରୁ ଟ୍ରକଟି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନ୍ୟ ଜଣକୁ ଗୁରୁତର ଅବସ୍ଥାରେ ଯାଜପୁର ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ପରେ ତାଙ୍କ ଅବସ୍ଥା ଅତି ଗୁରୁତର ହେବାରୁ ତାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଟ୍ରକଟିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Comments are closed.