ଟ୍ରକ ଧକ୍କାରେ ସାଇକେଲ ଚାଳକଙ୍କ ମୃତ୍ୟୁ, ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

ଅନୁଗୁଳ : ଅନୁଗୁଳ ୫୫ ନମ୍ବର ଜାତୀୟ ରାଜପଥର ପିଟିସି ଛକରେ ରବିବାର ଟ୍ରକ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ହୋଇଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ସୃଷ୍ଟି ହେବା ସହ ଉତ୍ତ୍ୟକ୍ତ ଲୋକେ ପିଟିସି ଛକରେ ରାସ୍ତାରୋକ କରିଛନ୍ତି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଟ୍ରକ ସହ ଚାଳକ ଫେରାର ହୋଇଯାଇଥିବା ସୂଚନା ମିଳିଛି। ମୃତକଙ୍କ ପରିଚୟ ମିଳିପାରି ନାହିଁ।

Comments are closed.