ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଜଣେ ମୃତ , ୧୩ ଆହତ

ବାଲିଗୁଡ଼ା : କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ଥାନା ଅନ୍ତର୍ଗତ ୫୯ ନମ୍ବର ଜାତୀୟ ରାଜପଥ ସିଆଙ୍ଗ ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଗୁରୁତର ଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ୫୯ ନମ୍ବର ଜାତୀୟ ରାଜପଥ ସିଆଙ୍ଗ ଛକ ନିକଟରେ ଏକ ବୋଲେରୋ ଓ ଆଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୩ ଜଣ ଆହତ ହୋଇଥିଲେ। ୧୩ ଜଣ ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତରଥିବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Comments are closed.