ସଡ଼କ ଦୁର୍ଘଟଣାରେ ବ୍ଲକଅଧ୍ୟକ୍ଷା ଗୁରୁତର

ପାଟଣା : କେନ୍ଦୁଝର ଜିଲା ଘଟଗାଁ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥ ଘଟଗାଁ ବାଇପାସ୍ ନିକଟରେ ବିଜେଡିର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରୁ ଫେରୁଥିବା ବେଳେ ଟାଟା ମ୍ୟାଜିକ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଘଟଗାଁ ବ୍ଲକ ଅଧ୍ୟକ୍ଷା ଦ୍ରୌପଦୀ ଦଣ୍ଡପାଟ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଘଟଗାଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତରିତ କରାଯାଇଛି।

Comments are closed.