ବସକୁ ଧକ୍କା ଦେଲା ଗୋରୁ ବୋଝେଇ ଟ୍ରକ ; ୭ ଆହତ

ବାଲେଶ୍ୱର : ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥ ନନ୍ଦିକା ଛକ ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ପିକ୍‍ନିକ୍‍ ବସକୁ ଏକ ଗୋରୁ ବୋଝେଇ ଟ୍ରକ ପଛପଟୁ ଧକ୍କା ଦେବାରୁ ୭ ଜଣ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଜଳେଶ୍ୱର ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତ ଯାତ୍ରୀ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି। ସୂଚନା ଯୋଗ୍ୟ, ଗତକାଲି ବିଳମ୍ବିତ ରାତିରେ ପିକନିକ ବସଟି ପର୍ଯ୍ୟଟକଙ୍କୁ ନେଇ କଲକାତା ଫେରୁଥିବା ସମୟରେ ଉକ୍ତ ଗୋରୁ ବୋଝେଇ ଟ୍ରକଟି ଦ୍ରୁତ ଗତିରେ ଆସି ବସକୁ ଧକ୍କା ଦେଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୋରୁ ବୋଝେଇ ଟ୍ରକକୁ ଜବତ କରିଛି। ଟ୍ରକର ଚାଳକ ଓ ହେଲପର ଫେରାର ହୋଇଯାଇଛନ୍ତି।

Comments are closed.