ବାଇକକୁ ଧକ୍କା ଦେଲା ମିନି ଟ୍ରକ୍, ଜଣେ ମୃତ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ୫୭ ନମ୍ବର ଜାତୀୟ ରାଜପଥ ଡିକସିରା ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଧକ୍କା ଦେଇଛି ମିନି ଟ୍ରକ। ଫଳରେ ଘଟଣା ସ୍ଥଳରେ ହିଁ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ପୁରୁଣାକଟକ ଥାନା ତିଳେଇମୁଣ୍ଡା ଗ୍ରାମର ରତ୍ନାକର ବିଶ୍ୱାଳ ବୋଲି ଜଣାପଡ଼ିଛି।

ସୂଚନା ମୁତାବକ, ଆଜି ସକାଳୁ ରତ୍ନାକର ନିଜ ଗ୍ରାମରୁ ବାଇକ ଯୋଗେ ସମ୍ପର୍କୀୟଙ୍କ ବାହାଘରରେ ଯୋଗଦେବା ପାଇଁ ନୂଆପଡା ଗ୍ରାମକୁ ଯାଉଥିଲେ। ପୁରୁଣାକଟକ ଡିକସିରା ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ମିନି ଟ୍ରକ ତାଙ୍କୁ ଧକ୍କା ଦେଇଥିଲା। ଘଟଣା ଘଟାଇ ମିନି ଟ୍ରକଟି ଫେରାର ହୋଇଯାଇଥିବା ବେଳେ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ତାଙ୍କୁ ପୁରୁଣାକଟକ ସ୍ଵାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବର୍ତ୍ତମାନ ଘଟଣା ସ୍ଥଳରେ ପୁରୁଣାକଟକ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comments are closed.