ସଡ଼କ ଦୁର୍ଘଟଣା ; ୫ ଯୁବକ ଗୁରୁତର

ବାଲେଶ୍ୱର : ବାଲେଶ୍ୱର ଜିଲା ବାହାନଗା ବ୍ଲକ ଅନ୍ତର୍ଗତ ସତିପୁର ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ କାର ଭିତରେ ଥିବା ୫ ଜଣ ଯୁବକ ଗୁରୁତର ହୋଇଛନ୍ତି। ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଂଚି ସେମାନଙ୍କୁ ଉଦ୍ଧାର କରି ବାଲେଶ୍ୱର ହସ୍ପିଟାଲରେ ଭର୍ତି କରିଥିଲେ। ଉକ୍ତ ଯୁବକମାନେ ଘରକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ମାତ୍ର କେଉଁ କାରଣରୁ ଏହା ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ।

Comments are closed.