ନୋଏଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୪ ମୃତ , ଜଣେ ଆହତ

ନୋଏଡା : ଉତ୍ତରପ୍ରଦେଶର ଗ୍ରେଟର ନୋଏଡାରେ ୟମୁନା ଏକ୍ସପ୍ରେସ ୱେରେ ବିଟା -୨ ଅଞ୍ଚଳରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ରାସ୍ତାରେ ଯାଉଥିବା ଏକ ବସ କୁ ପଛପଟୁ ଏକ କାର ଧକ୍କା ଦେଇଥିବା ଜଣାପଡ଼ିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ଜଣେ ଗଭୀର ଆହତ ହୋଇଛନ୍ତି। ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ସୂଚନା ଯୋଗ୍ୟ, ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ସାରିଛି। ମୃତକଙ୍କ ମଧ୍ୟରେ କାରରେ ଯାଉଥିବା ୫ ଜଣଙ୍କ ମଧ୍ୟରୁ ୪ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗଭୀର ଭାବେ ଆହତ ହୋଇଛନ୍ତି ।

Comments are closed.