ରାଜସ୍ଥାନରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଗଲା ୭ ଜୀବନ

ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ

ଜୟପୁର : ରାଜସ୍ଥାନର ଚିତ୍ତୋରଗଡରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଶନିବାର ବିଳମ୍ବିତ ରାତିରେ ଚିତ୍ତୋରଗଡ ଜିଲାର ନିକୁମ୍ବ ପୁଲିସ ଥାନା ଅନ୍ତର୍ଗତ ଅଞ୍ଚଳରେ ଦୁଇଟି ଗାଡି (ଏକ ଟ୍ରେଲର ଓ କ୍ରୁଜର )ପରସ୍ପର ଧକ୍କା ହେବା ଫଳରେ ସଡକ ଦୁର୍ଘଟଣା ଘଟିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ହେବା ସହ ଅନେକ ଲୋକେ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। କେତେକ ଆହତଙ୍କ ଅବସ୍ଥା ଗୁରୁତର ମଧ୍ୟ ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ମୃତାହତଙ୍କୁ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
ସୂଚନା ଯୋଗ୍ୟ, ଏକ କ୍ରୁଜରରେ ଗୋଟିଏ ପରିବାର ଲୋକେ କୌଣସି ଏକ ସମାରୋହରେ ଯୋଗ ଦେଇ ଫେରୁଥିବା ସମୟରେ ଟ୍ରେଲର ସହ ସାମ୍ନାସାମ୍ନି ଧକ୍କା ହୋଇଥିଲା ।


ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହାସହ ମୃତକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ମଧ୍ୟ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Comments are closed.