ସମ୍ଭଲରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୮ ମୃତ ; ଅନେକ ଆହତ

ସମ୍ଭଲ : ଉତ୍ତରପ୍ରଦେଶର ସମ୍ଭଲ ଜିଲାରେ କୁହୁଡି ଯୋଗୁଁ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ବୁଧବାର ଜଣାପଡିଛି। ଭୋର ସମୟରେ ଏକ ରୋଡୱେଜ ବସ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହେବା ଯୋଗୁଁ ଏହି ଦୁର୍ଘଟଣାରେ ୮ ଜଣଙ୍କ ଜୀବନ ଚାଲିଯାଇଛି। ଏହାସହ ୧୮ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତଙ୍କ ସଂଖ୍ୟା ଆହୁରି ବୃଦ୍ଧି ହୋଇପାରେ ବୋଲି କୁହାଯାଉଛି।
ମୁରାଦାବାଦ-ଆଗ୍ରା ହାଇୱେରେ ଚନ୍ଦୌସିରେ ଧନାରୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ଘନ କୁହୁଡ଼ି କାରଣରୁ ଆଜି ଭୋର ସମୟରେ ଏକ ରୋଡୱେଜ ବସ ଓ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ , ଘଟଣାସ୍ଥଳରେ ହିଁ ୮ ଜଣଙ୍କର ମୃତ୍ୟୁ ହୋଇଥିଲା। ଆହତଙ୍କୁ ଉଦ୍ଧାର କରାଯାଇ ଭିନ୍ନ ଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବସରେ ପ୍ରାୟ ୪୦ ରୁ ୪୨ ଯାତ୍ରୀ ଥିଲେ। ଦୁର୍ଘଟଣା ବିଷୟରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସ୍ଥାନୀୟଲୋକେଙ୍କ ସହାୟତାରେ ମୃତାହତଙ୍କୁ ଉଦ୍ଧାର କରିଥିଲେ।