ଓଲଟିଲା ଅଟୋ ; ୨ ମହିଳା ମୃତ, ୧୫ ରୁ ଅଧିକ ଆହତ

ନବରଙ୍ଗପୁର : ନବରଙ୍ଗପୁର ଜିଲା ଅନ୍ତର୍ଗତ ଚନ୍ଦାହାଣ୍ଡି ଘାଟି ରାସ୍ତାରେ ସୋମବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଘାଟି ରାସ୍ତାରେ ଏକ ଅଟୋ ଓଲଟି ପଡିବାରୁ ୨ ମହିଳାଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ ରୁ ଅଧିକ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରେ ୩ ରୁ ୪ ଜଣ ଶିଶୁ ଥିବା ଜଣାପଡ଼ିଛି। ସମସ୍ତ ମୃତାହତଙ୍କ ପରିଚୟ ମିଳିପାରି ନାହିଁ। ସମସ୍ତ ଆହତଙ୍କୁ ଝରିଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଦଶାହ କାର୍ଯ୍ୟରେ ଯୋଗ ଦେବାକୁ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି ବୋଲି ସୂଚନା ମିଳିଛି।

 

Comments are closed.