ପିକଅପ୍‌ ଭ୍ୟାନ ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ

ଅନୁଗୁଳ: ଅନୁଗୁଳ ଜିଲ୍ଲା ଠାକୁରଗଡ଼ ଥାନା ଅନ୍ତର୍ଗତ ପୋକୁଣ୍ଡା ନିକଟରେ ରବିବାର ବିଳମ୍ବିତ ରାତରେ ନୂଆ ବର୍ଷ ଭୋଜି ସାରି ଘରକୁ ଫେରିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକଅପ୍‌ ଭ୍ୟାନ ଧକ୍କାରେ ୨ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିିଛି। ମୃତକଦ୍ୱୟ ହେଉଛନ୍ତି ସାପଘରା ପଞ୍ଚାୟତ ତୁମୁରିସିଂହା ଗାଁର କୀର୍ତ୍ତନ ନାୟକ ଓ ଖମାର ଗାଁର ଜଗଦୀଶ ସାହୁ।

ସୂଚନା ଅନୁଯାୟୀ, କୀର୍ତ୍ତନ ଓ ଜଗଦୀଶ ନୂଆ ବର୍ଷ ଭୋଜି ସାରି ଏକ ବାଇକ‌ରେ ଠାକୁରଗଡ଼ରୁ ଖମାର ଅଭିମୁଖେ ଯାଉଥିଲେ। ତେବେ ବିପରୀତ ଦିଗରୁ ଆସୁଥିବା ଏକ ପିକଅପ୍‌ ଭ୍ୟାନ ବାଇକ‌କୁ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ଉଭୟଙ୍କୁ ଉଦ୍ଧାର କରି ଆଠମଲ୍ଲିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ପଠାଯାଇଥିଲା। ତେବେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଦୁର୍ଘଟଣା ଘଟାଇଥିବା ପିକଅପ‌ ଭ୍ୟାନ୍‌ ଚାଳକ ଫେରାର ହୋଇଯାଇଥିବାବେଳେ ପୁଲିସ‌ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଉଭୟ ଗାଡିକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

Comments are closed.