ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର ; ୫ ମୃତ

ହରିୟାଣା : ହରିୟାଣାର କୁରୁକ୍ଷେତ୍ର ଜିଲ୍ଲାର ଶାହାବାଦ ସହରର ନାଲଭି ଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୫ ଜଣ ଯୁବକଙ୍କର ମୃତ୍ୟୁ ହୋଇଛି। ଏହି ପାଞ୍ଚ ଜଣ ଯୁବକ ଏକ କାରରେ ଇସମାଇଲାବାଦରୁ ଶାହାବାଦକୁ ଯାଉଥିଲେ। ସେ ନାଲଭି ଗାଁ ନିକଟରେ ପହଞ୍ଚିବା ପରେ କାରଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ଖୁବ ଜୋରରେ ଧକ୍କା ହୋଇଥିଲା। ଫଳରେ ଦୁର୍ଘଟଣାରେ ଘଟଣାସ୍ଥଳରେ ଯୁବକଙ୍କର ମୃତ୍ୟୁ ହୋଇଥିଲା।
ଏହି ଘଟଣା ବିଳମ୍ବିତ ରାତିରେ ଘଟିଥିବା କୁହାଯାଉଛି। ସକାଳ ପ୍ରାୟ ୫ ଟାରେ ସଡକ ଦୁର୍ଘଟଣା ସମ୍ପର୍କରେ ପୁଲିସ ସୂଚନା ପାଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା।
କଠିନ ପରିଶ୍ରମ ପରେ କ୍ଷତିଗ୍ରସ୍ତ କାରରୁ ମୃତଦେହ ବାହାର କରି ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଥିଲା। ପୁଲିସ ଘଟଣାର ତଦନ୍ତ କରୁଛି।

Comments are closed.