ଖାଇକୁ ଖସିଲା କାର ; ୪ ମୃତ, ୩ ଆହତ

ହିମାଚଳ ପ୍ରଦେଶ : ହିମାଚଳ ପ୍ରଦେଶର କିନ୍ନାଉର ଜିଲାର ସାଙ୍ଗଲା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ପ୍ରାୟ ୪ ଯୁବକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ୩ ଜଣ ଗଭୀର ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ମଧ୍ୟ ଗୁରୁତର ରହିଛି।
ସୂଚନା ଯୋଗ୍ୟ, ଗତାକଲି ବିଳମ୍ବିତ ରାତିରେ ଖରୋଗଲାରେ ଏକ କାର ନିୟନ୍ତ୍ରଣ ହରାଇ ଖାଇକୁ ଖସି ପଡିଥିଲା। ଏଥିରେ ଘଟଣାସ୍ଥଳରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ହସ୍ପିଟାଲରେ ଡ଼ାକ୍ତର ମୃତ ଘୋଷଣା କରିଥିଲେ। ଅନ୍ୟ ୩ ଜଣ ମଧ୍ୟ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

 

Comments are closed.