ଐଶ୍ବର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନା ପଜିଟିଭ୍ ଚିହ୍ନଟ

ମୁମ୍ବଇ : ବଲିଉଡ୍ ଅଭିନେତ୍ରୀ ଐଶ୍ବର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଦୁଇ ଜଣଙ୍କ ରିପୋର୍ଟ କରୋନା ପଜିଟିଭ୍ ଥିବା ନେଇ ବିଏମସି କମିଶନରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କିନ୍ତୁ ଅମିତାଭ ବଚ୍ଚନଙ୍କ ପତ୍ନୀ ଜୟା ବଚ୍ଚନ କରୋନା ନେଗେଟିଭ୍ ଥିବା ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ ଗତକାଲି କରୋନା ପଜିଟିଭ୍ ଚିହ୍ନଟ ହେବାପରେ ମୁମ୍ବଇର ନାନାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଅମିତାଭ ବଚ୍ଚନ ଓ ପୁଅ ଅଭିଷେକ ବଚ୍ଚନ। ବର୍ତ୍ତମାନ ଅମିତାଭ ବଚ୍ଚନଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି। ଗତକାଲି ଅମିତାଭ ବଚ୍ଚନ ଓ ପୁଅ ଅଭିଷେକ ବଚ୍ଚନ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ଅମିତାଭ ବଚ୍ଚନଙ୍କ ପତ୍ନୀ ଜୟା ବଚ୍ଚନ, ବୋହୂ ଐଶ୍ବର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟାର ସ୍ବାବ ନମୂନା ପରୀକ୍ଷଣ ହୋଇଥିବା। କିନ୍ତୁ ପ୍ରଥମ ପରୀକ୍ଷଣରେ ରିପୋର୍ଟ ନେଗେଟିଭ୍ ଆସିଥିଲା। କିନ୍ତୁ ଦ୍ବିତୀୟ ପରୀକ୍ଷଣରେ ପଜିଟିଭ୍ ଆସିଥିଲା। ଆଜି ସକାଳୁ  ବିଏମସି ପକ୍ଷରୁ ଅମିତାଭ ବଚ୍ଚନଙ୍କ ଘର ଜଲସାକୁ ସାନିଟାଇଜ୍ କରାଯିବା ସହ ସିଲ କରାଯାଇଛି।

Comments are closed.