ଅଜିତ୍‌ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

ଭୁବନେଶ୍ବର: ବିଶିଷ୍ଟ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ଅଜିତ୍‌ ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଅଜିତ୍‌ ଦାସଙ୍କୁ ଓଡ଼ିଆ ଚଳଚ୍ଚିତ୍ରର ଜଣେ ଅନନ୍ୟ ପ୍ରଭିଭାଧାରୀ ଏବଂ ସେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଶ୍ରେଷ୍ଠ ବ୍ୟକ୍ତିତ୍ବ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ଶୋକ ବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପରେ ଜଣେ ବହୁମୁଖୀ ଅଭିନେତା ଓ ନିର୍ଦେଶକ ଭାବେ ଅଲିଭା ସ୍ବାକ୍ଷର ଛାଡ଼ି ଯାଇଛନ୍ତି ଅଜିତ୍‌ ଦାସ। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ନାଟକ ବିଭାଗର ପୂର୍ବତନ ବିଭାଗ ମୁଖ୍ୟ ଭାବେ ସେ ଓଡ଼ିଶା ଚଳଚ୍ଚିତ୍ର ଶିଳ୍ପ ପାଇଁ ଯେତେଜଣ କଳାକାର ସୃଷ୍ଟି କରିଛନ୍ତି, ସେହି ଅଭାବ ପୂରଣ ପାଇଁ ବହୁ ବର୍ଷ ଲାଗିବ। ଓଡ଼ିଶା ଚଳଚ୍ଚିତ୍ର ପ୍ରେମୀଙ୍କ ହୃଦୟରେ ଅଜିତ୍ ଦାସ ସବୁଦିନ ପାଇଁ ବଞ୍ଚି ରହିବେ। ତାଙ୍କର ପରିବାରବର୍ଗଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇଛନ୍ତି।

Comments are closed.