ଅମ୍ପନ ବାତ୍ୟା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର ଓଡ଼ିଶାର ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ଆକାଶ ମାର୍ଗରୁ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱ ଓ ସାମୂହିକ ପ୍ରଚେଷ୍ଟା ବଳରେ ଓଡ଼ିଶାରେ ଧନଜୀବନ ରକ୍ଷା କରାଯାଇ ପାରିଥିବାରୁ ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିବା ସହିତ ପ୍ରଶଂସା କରିଛନ୍ତି। ବାତ୍ୟା ପରିସ୍ଥିତିକୁ ପ୍ରତିହତ କରିବାରେ ବାତ୍ୟାର ମୁକାବିଲା ପ୍ରସ୍ତୁତିକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଛନ୍ତି।

Comments are closed.