କୋରାପୁଟ ଦୁର୍ଘଟଣା ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି

ଭୁବନେଶ୍ବର: କୋରାପୁଟରେ ଗତକାଲି ରାତିରେ ଘଟିଥିବା ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା  ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦେବାକୁ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନିଜ ଟ୍ବିଟର ଆକାଉଣ୍ଟରେ ପ୍ରଧାନମନ୍ତ୍ରୀ ଏ ସମ୍ପର୍କରେ ସୂଚନା ଦେଇଛନ୍ତି ।

ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟ ୨ ଲକ୍ଷ ଟଙ୍କା ଲେଖାଏଁ ପାଇବେ । ଏହା ସହ ପ୍ରତ୍ୟେକ ଆହତଙ୍କୁ ଚିକିତ୍ସା ବାବଦରେ ୫୦ ହଜାର ଟଙ୍କା ସହାୟତା ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି । ଏହି ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ ଘଟଣା ବୋଲି ଉଲ୍ଲେଖ କରି ଏହି ରାଶି ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି ।

Comments are closed.