ଭ୍ୟାନ ଓଲଟି ଦୁଇ ମୃତ, ୧୦ ଆହତ

ଅନୁଗୁଳ : ଅନୁଗୁଳ ଜିଲା ଠାକୁରଗଡ ସାନହୁଲା ନିକଟରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଭ୍ୟାନ ଓଲଟି ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୦ ଜଣ ଆହତ ହୋଇଛି। ଦୁର୍ଘଟଣାରେ ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.